ବିସ୍ଫୋରଣ ପରେ ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ । ବିସ୍ଫୋରଣ ସ୍ଥଳରେ NIA ଓ NSG ଟିମର ତନାଘନା । ଦିଲ୍ଲୀ ଲାଲ୍କିଲ୍ଲା ନିକଟରେ ଏକ କାରରେ ବିସ୍ଫୋରଣ ଘଟିଛି । ଏଥିରେ ୧୦ଜଣଙ୍କ ମୃତ୍ୟୁ ହୋଇଛି । ୩୦ଜଣ ବିସ୍ଫୋରଣରେ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି
ରାଜଧାନୀ ଦିଲ୍ଲୀରେ ବଡ଼ ବିସ୍ଫୋରଣ । ଲାଲ୍କିଲ୍ଲା ନିକଟ ଏକ କାର୍ରେ ବିସ୍ଫୋରଣ । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଲା କାର୍ । ଆଉ ୩ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାସ୍ଥଳରେ ପୋଲିସ ଟିମ୍ ଛାନଭିନ୍ ଆରମ୍ଭ କରିଛି । ପ୍ରାରମ୍ଭିକ ତଦନ୍ତରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ବର୍ତ୍ତମାନ ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିଛି । ଏଲ୍ଏନ୍ଜେପି ହସ୍ପିଟାଲରେ ୮ ଜଣଙ୍କ ମୃତଦେହ ରହଛି । ଅନେକ ଆହତ ଏବେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ସୂଚନା ମିଳିଛି । ଏହି ଅଘଟଣ ପରେ ଦିଲ୍ଲୀ ସମେତ ମୁମ୍ୱାଇରେ ମଧ୍ୟ ହାଇଆଲର୍ଟ ଜାରି କରାଯାଇଛି । ତା ସହ ଦେଶର ପ୍ରମୁଖ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି
