ମୁଖ୍ୟ ଶାସନ ସଚିବ ରୂପେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା
ରବିବାର ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ମନୋଜ ଆହୁଜା । ଲୋକସେବା ଭବନରେ ପହଞ୍ଚି ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ସେ ଆଜି ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପୂର୍ବରୁ ମନୋଜ ଆହୁଜା ଓଡ଼ିଶାରେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦାୟିତ୍ୱ ତୁଲାଇସାରିଛନ୍ତି ।
ହରିୟାଣାରେ ଜନ୍ମିତ ମନୋଜ ନିଜର ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ । ମନୋଜ ଓଡ଼ିଶା ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆସନ୍ତା ଡିସେମ୍ବରରେ ମନୋଜ ଆହୁଜା ଅବସର ନେବେ