ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ପ୍ରତ୍ୟେକ ଲୋକଙ୍କ ସୁରକ୍ଷା ଓ ସୁବିଧା ଆମର ସର୍ବୋଚ୍ଚ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଏବଂ ତତ୍ପର ରହିଛନ୍ତି। ବାତ୍ୟା ସମୟରେ ଜନସାଧାରଣଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବାଧିକ ପ୍ରାଥମିକତା ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟ କରିଛନ୍ତି।
ବର୍ତ୍ତମାନ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଏବଂ ସମସ୍ତ ଜରୁରୀ ସହାୟତା ଯୋଗାଇ ଦିଆଯାଉଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହି ବିପର୍ଯ୍ୟୟ ସମୟରେ ଲୋକଙ୍କ ପାଖରେ ରହିବା, ସେମାନଙ୍କ ଦୁଃଖସୁଖ ବୁଝିବା ଏବଂ ସେମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ହିଁ ସରକାରଙ୍କ ସର୍ବୋଚ୍ଚ ସଂକଳ୍ପ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ସ୍ଥାନରେ କଡ଼ା ନଜର ରଖାଯାଇଥିବା ବେଳେ ପ୍ରଭାବିତ ଲୋକଙ୍କୁ ସବୁପ୍ରକାର ସହାୟତା ଯୋଗାଇ ଦେବା ପାଇଁ ରାଫ୍ଟ, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି।
