ରୁଚି କମ୍ପାନୀର ପ୍ରତିଷ୍ଠାତା ଶିଳ୍ପପତି ଶରତ ସାହୁଙ୍କ ପରଲୋକ 200

ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର ସାହୁଙ୍କର ପରଲୋକ ହୋଇଥିବା ନେଇ ରବିବାର ଅପରାହ୍ଣରେ ସୂଚନା ମିଳିଛି। କିଛି ମାସ ହେବ ସେ କ୍ୟାନସରରେ ପୀଡ଼ିତ ଥିଲେ। ସେଥି ପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖୁବ୍‌ ଶୀଘ୍ର ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ କଟକ ଆସିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ‘ଓମ୍‌ ଅଏଲ୍‌ ଆଣ୍ଡ ଫ୍ଲୋର ମିଲ୍ସ’ ନାମକ ଏକ ଛୋଟ ଉଦ୍ୟୋଗ କଟକ ଶିଳ୍ପାଞ୍ଚଳରେ ଆରମ୍ଭ ହୋଇଥିଲା। ଏହି ଛୋଟ ଉଦ୍ୟୋଗ ୧୯୭୬ ମସିହାରେ ଆରମ୍ଭ ହୋଇ ଆଗକୁ ବଢ଼ିଥିଲା। ଏହି କଂପାନିର ୪୯ ବର୍ଷର ଯାତ୍ରା ଆରମ୍ଭରୁ ହଳଦୀ ଗୁଣ୍ଡ ଉତ୍ପାଦନ କରୁଥିଲା। ଧୀରେଧୀରେ ବ୍ୟବସାୟ ବଢ଼ିବାରୁ ବିଭିନ୍ନ ମସଲା ଉତ୍ପାଦନ କରିଥିଲା। ଆଜିର ଦିନରେ ‘ରୁଚି’ ଏକ ଜଣାଶୁଣା ନାମ। ପାସ୍ତା, ନୁଡୁଲ୍ସ, ରେଡ୍ଡୀ ଟୁ ଇଟ୍‌ ଖାଦ୍ୟ ଉତ୍ପାଦନ କରୁଥିବା କଂପାନିଗୁଡ଼ିକ ମଧ୍ୟରୁ ଅଗ୍ରଣୀ ନାମ।

Leave a Reply

Your email address will not be published. Required fields are marked *

You might like

© 2026 24 News Odia - WordPress Video Theme by WPEnjoy